ମେଣ୍ଢାପୋଡି ନୀତି, ମେଲରେ ଯାଇଛି

ରାତି ପାହିଲେ ଦୋଳପୂର୍ଣ୍ନିମା। ଦୋଳପୂର୍ଣ୍ନିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ,ଶ୍ରୀଦେବୀ,ଭୂଦେବୀ ଦୋଳବେଦୀକୁ ବିଜେ କରିବେ । ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା,ହୋମ,ଦେବନୀତି,ବନ୍ଦାପନା ପରେ ଭୋଗ ହେବ । ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।