ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଗଲେ ବିଜେଡି ବିଧାୟକ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଗଲେ ବିଜେଡି ବିଧାୟକ
admin
Mar 18, 2021 - 05:49
Updated: Mar 18, 2021 - 05:49
ଭୁବନେଶ୍ଵର : ବିଜେଡିର ବିଧାୟକ ମାନେ ଲୋକସେବା ଭବନ ଅଭିମୁଖେ ଯାତ୍ରା କରିଛନ୍ତି । ଯେଉଁଠି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗୃହକାର୍ୟ୍ୟ ପ୍ରସଙ୍ଗରେ ଆଲୋଚନା କରିପାରନ୍ତି ବିଜେଡି ବିଧାୟକ । ଗତକାଲି ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ରାଜ୍ୟପାଳଙ୍କୁ ଭେଟି ଫେରାଦ ହୋଇଥିଲେ ବିଜେଡି ବିଧାୟକ । ଗୋଟିଏ ପଟେ ଗୃହରେ ଅଚଳାବସ୍ଥା ଜାରି ରହିଥିବା ବେଳେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବାରମ୍ବାର ସର୍ବଦଳୀୟ ବୈଠକ ଡାକି ଗୃହକୁ ସ୍ୱାଭାବିକ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଏଯାଏଁ କୌଣସି ସମାଧାନର ସୂତ୍ର ବାହାରିନାହିଁ ।
ଆଜି ବି ଚାଲି ପାରିଲାନି ଗୃହ। ଧାନ କିଣା ପ୍ରସଙ୍ଗରେ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା' ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ।
ନଚେତ୍ବିଧାନସଭା ଚଳାଇ ଦିଆଯିବ ନାହିଁ। ଏମିତି ଜିଦରେ ଅଡ଼ି ବସିଛନ୍ତି ବିରୋଧୀ ଓ ଶାସକ। ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। ଲଗାତାର ୬ ଦିନ ପାଇଁ ଗୃହରେ ସମାନ ସ୍ଥିତି । ବିଧାନସଭାରେ ଉଭୟ ଶାସକ-ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ଦିନ ୧୨ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ।