ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଦିଲ୍ଲୀରୁ ଫେରିବା ପରେ ଅପରାଜିତା ସଚିବାଳୟ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ନିର୍ବାଚନରେ ବିଜୟ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଭୁବନେଶ୍ୱର ସାଂସଦ ଭାବେ ସେ ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନକୁ ସହଯୋଗ କରିବେ ବୋଲି କହିଛନ୍ତି । ସେ କହିଛନ୍ତିଯେ, ବିକାଶର କୌଣସି ଦଳ ନାହିଁ । ଏଥିପାଇଁ ସମସ୍ତଙ୍କ ସାହାଯ୍ୟ ସହଯୋଗ ଆବଶ୍ୟକ । ମୁଖ୍ୟମନ୍ତ୍ରୀଙ୍କ ସହ ସୁନ୍ଦର ଓ ସକରାତ୍ମକ ଆଲୋଚନା ହେଲା ବୋଲି ଅପରାଜିତା କହିଛନ୍ତି । ଆଜି ସେ ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ହଜାର ହଜାର ସମର୍ଥକ ତାଙ୍କୁ ସ୍ୱାଗତ କରିଥିଲେ ।