ରାଜ୍ୟରେ ଆଉ ୪୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୪୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୪୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ,ଗଜପତିରୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ,ବାଲେଶ୍ବରରୁ ୪ ଜଣ,ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଯାଜପୁରରୁ ୨ ଜଣ, ଭଦ୍ରକ ଓ କଟକ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ସଂକ୍ରମିତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୮୭୯ ଜଣ ସୁସ୍ଥ ହୋଇଛନ୍ତି ।