ରାଜ୍ୟରେ ଆଜି ୫୨୪ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଜି ୫୨୪ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଜି ୫୨୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ଘଣ୍ଟାରେ ରାଜ୍ୟରେ ୫୨୪ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୦୬ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୧୮ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୭୫ଜଣ ରହିଛନ୍ତି । 

ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୬, ବାଲେଶ୍ୱରରୁ ୨୦ଜଣ, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୭୫, ଦେବଗଡରୁ ୨, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୫, ଯାଜପୁରରୁ ୧୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୭, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨୫୦, କୋରାପୁଟରୁ ୩, ମାଲକାନାଗିରିରୁ ୧, ମୟୂରଭଞ୍ଜରୁ ୨୨,  ନୟାଗଡରୁ ୩, ନୂଆପଡାରୁ ୧, ପୁରୀରୁ ୧୩, ରାୟଗଡାରୁ ୨, ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୧୧ ଓ ରାଜ୍ୟପୁଲରୁ ୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି । 


ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୦ହଜାର ୫୧୮କୁ ବୃଦ୍ଧି ପାଇଛି । ଏହାକ ସହିିତ ବର୍ତ୍ତମାନ ରାଜ୍ୟରେ ଅକ୍ଟିଭ କେସ୍ ରହିଛି ୫ହଜାର ୧୧୧ ।