ରାଜ୍ୟରେ କମୁଛି ସଂକ୍ରମଣ, ଆଜି ୨୮୭ ପଜିଟିଭ୍ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ, ଆଜି ୨୮୭ ପଜିଟିଭ୍ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ,  ଆଜି ୨୮୭  ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୦୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫୭ ଜଣ, ଖୋର୍ଦ୍ଧାରୁ ୫୫ ଜଣ, କଳାହାଣ୍ଡିରୁ ୧୯ ଜଣ, ସମ୍ବଲପୁରରୁ ୧୬ ଜଣ, ନବରଙ୍ଗପୁରରୁ ୧୪ ଜଣ, କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ ଲେଖାଁଏ, ବଲାଙ୍ଗୀରରୁ ୧୧ ଜଣ, ବରଗଡ଼ରୁ ୧୦ ଜଣ, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତି, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ବାଲେଶ୍ବର ଓ କନ୍ଧମାଳ ଜିଲ୍ଲାରୁ ୫ ଜଣ ଲେଖାଁଏ, ଯାଜପୁରରୁ ୪ ଜଣ, ବୌଦ୍ଧ, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୩୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୨୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।