ରାଜ୍ୟରେ ୨୪ ଘଣ୍ଟାରେ ୧୨୯ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୧୨୯ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କନ୍ଧମାଳ ଜିଲ୍ଲା ୩ ଜଣ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୨୨୮ ଜଣ ସୁସ୍ଥ ହୋଇଛନ୍ତି ।




admin 