ରାଜ୍ୟରେ ୨୪ ଘଣ୍ଟାରେ ୧୬୮ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୧୬୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୬୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୟାଗଡ଼, ଦେବଗଡ଼, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୭୩୪ ଜଣ ସୁସ୍ଥ ହୋଇଛନ୍ତି ।




admin 