ରାଜ୍ୟରେ ୨୪ ଘଣ୍ଟାରେ ୨, ୬୦୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୨, ୬୦୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଆଜି ରାଜ୍ୟରେ ୨ହଜାର ୬୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୨୨ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୨୨ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୭, ସୁନ୍ଦରଗଡ ଓ କଟକରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବାବେଳେ କେନ୍ଦୁଝର ଜିଲ୍ଲାରୁ ୨, ସୋନପୁର, ନବରଙ୍ଗପୁର, ନୟାଗଡ, ବୈଦ୍ଧ, ଜଗତସିଂହପୁର, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବା ସୂଚନା ମିଳିଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୭୧୧କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୬ହଜାର ୧୦୯ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୨ଲକ୍ଷ ୨୮ହଜାର ୯୭୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୨୬ହଜାର ୯୬୫ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।




admin 