ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି
ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲ୍ଲାର ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ୨୧ ଟି ଜିଲ୍ଲାରୁ ୨୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୪ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୮୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୯ ହଜାର ୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୪୪୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୬ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୨୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।