ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର: କାଳବୈଶାଖୀ ପାଇଁ ରାଜ୍ୟରେ ଏବେ ଅନୁକୂଳ ପରିବେଶ ରହିଛି । ଫଳରେ ଗତ କିଛି ଦିନ ହେଲା ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ହେଉଛି । ଏଥିପାଇଁ ରାଜ୍ୟର ତାତି ବିଶେଷ ବଢ଼ୁନାହିଁ । ଆଜି ମଧ୍ୟ ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେ଼ଙ୍କାନାଳ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ନବରଙ୍ଗପୁରରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି । ଏଥିସହ ଉପକୂଳ ଓଡ଼ିଶାର ଖୋର୍ଦ୍ଧା ଓ ଅନୁଗୁଳଜିଲ୍ଲା ସକାଳୁ ସକାଳୁ ଘନ କୁହୁଡ଼ି ପଡ଼ିଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱର ସମେତ ବାରିପଦାରେ ସର୍ବାଧିକ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇଛି ।