ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ହେବ ଅଜୟ ପରିଡ଼ାଙ୍କ ଶେଷକୃତ୍ୟ
ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ହେବ ଅଜୟ ପରିଡ଼ାଙ୍କ ଶେଷକୃତ୍ୟ
ଭୁବନେଶ୍ୱର: ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପଦ୍ମଶ୍ରୀ ଡଃ ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ।
କରୋନା ସମୟରେ ଡଃ ପରିଡ଼ା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ବପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରିଡାଙ୍କ ପାଇଁ ଗବେଷଣା କ୍ଷେତ୍ରରେ ଓଡିଶାକୁ ମିଳିଛି ସ୍ୱୀକୃତି । ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିଛନ୍ତି । ଏଥି ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।




admin 