ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଜଳେଶ୍ଵର: ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ ଘଟଣାରେ ପୁଲିସ ଜଣେ ଯୁବକକୁ ଗିରଫ କରିଛି। ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଥାନା ପୁଲିସ ଶୁକ୍ରବାର ବିଳମ୍ବିତ ରାତିରେ ରାଜଘାଟ ଅଞ୍ଚଳରେ ଚଢ଼ାଉ କରି ବ୍ରାଉନସୁଗାର ଜବତ କରିଛି। ଏହି ଘଟଣାରେ ସିଂଲା ଥାନା ଅଞ୍ଚଳର ଜଣେ ଯୁବକକୁ ଅଟକ ରଖି ଜେରା କରୁଛି। ଜବତ ବ୍ରାଉନସୁଗାରର ପରିମାଣ ୩୫ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।

 ଜଳେଶ୍ଵରରୁ ବାଲେଶ୍ବରକୁ ବ୍ରାଉନସୁଗାର ଚାଲାଣ ସମୟରେ ଜଳେଶ୍ବର ପୁଲିସ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ମାସରେ ଜଳେଶ୍ବର ଅଞ୍ଚଳରୁ ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ କରାଯାଇଥିବାର ଖବର ମିଳିଥିଲା।  ଜଳେଶ୍ୱର ପୁଲିସ ଓ ଅବକାରୀ ବିଭାଗ ଦ୍ଵାରା ଜଳେଶ୍ୱର ଷ୍ଟେସନ ବଜାର ସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢ଼ାଉ କରାଯାଇଥିଲା। ଏଠାରୁ ଜବତ  ୨.୪୦୦ କିଲୋଗ୍ରାମରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ କରାଯାଇଥିଲା। ଏହାର ବଜାର ଦର ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ହେବ ବୋଲି କୁହାଯାଉଛି। ଘଟଣାରେ ଦୁଇ ମହିଳାଙ୍କ ସମେତ ୩ ଜଣକୁ ପୁଲିସ ଅଟକ ରଖି ଜେରା କରିଥିଲା।