ଲଘୁଚାପ କ୍ଷେତ୍ର ସୃଷ୍ଟି : ବାତ୍ୟା 'ୟଶ' ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ

ଲଘୁଚାପ କ୍ଷେତ୍ର ସୃଷ୍ଟି : ବାତ୍ୟା 'ୟଶ' ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ

ଲଘୁଚାପ କ୍ଷେତ୍ର ସୃଷ୍ଟି : ବାତ୍ୟା 'ୟଶ' ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ଶୁକ୍ରବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୩ ତାରିଖରେ ଅବପାତ ଓ ୨୪ ତାରିଖରେ ବାତ୍ୟା(ୟଶ)ର ରୂପ ନେବ । କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ । ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧାବାତ୍ୟା ଉପକୂଳ ଛୁଇଁବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ବାତ୍ୟା ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ଗତକାଲି ଆଏମଡି ଡିଜି ମୃତୁଞ୍ଜୟ ମହାପାତ କହିଥିଲେ ଯେ, ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ । ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାଶ୍ୱର୍ରେ ଅଧିକ ପବନ ଓ ବର୍ଷା ହୁଏ । ବାତ୍ୟାର ବାମପଟେ ଅର୍ଥାତ ଓଡ଼ିଶା ଉପକୂଳ ଅଞ୍ଚଳ ମଧ୍ୟ ପ୍ରଭାବିତ ହେବ । ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳ ଅଧିକ ପ୍ରଭାବିତ ହେବ । ଅବପାତରେ ପରିଣତ ହୋଇନଥିବାରୁ ଲ୍ୟାଣ୍ଡଫଗ ସ୍ଥାନ ନିରୂପଣ ହୋଇନାହିଁ ବୋଲି ଆଏମଡି ଡିଜି ମୃତୁଞ୍ଜୟ ମହାପାତ୍ର କହିଥିଲେ । ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଅପରାହ୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିବ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ । ଏହା ପୂର୍ବରୁ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ଅନୁଧ୍ୟାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।