ସଂକ୍ରମଣ କମିବା ସଂକେତ, ଦିନକରେ ୮୫୨୦ ଆକ୍ରାନ୍ତ
ସଂକ୍ରମଣ କମିବା ସଂକେତ, ଦିନକରେ ୮୫୨୦ ଆକ୍ରାନ୍ତ
ଭୁବନେଶ୍ବର: ଆଜି ବି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦଶ ହଜାର ତଳେ ରହିଛି। ସଂକ୍ରମଣ କମିବା ନେଇ ଏହା ସଂକେତ ଦେଉଥିବା କେତେକ ବିଶେଷଜ୍ଞ ଅନୁମାନ କରୁଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨ ହଜାର ୨୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୪୨, ବାଲେଶ୍ୱରରୁ ୩୪୬, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୨, ବଲାଙ୍ଗୀରରୁ ୨୧୭, ବୌଦ୍ଧରୁ ୮୬, କଟକରୁ ୭୮୯, ଦେଓଗଡ଼ରୁ ୭୫, ଢେଙ୍କାନାଳରୁ ୯୦, ଗଜପତିରୁ ୯୮, ଗଞ୍ଜାମରୁ ୮୮, ଜଗତସିଂହପୁରରୁ ୧୬୫, ଯାଜପୁରରୁ ୨୫୩, ଝାରସୁଗୁଡ଼ାରୁ ୧୧୮, କଳାହାଣ୍ଡିରୁ ୨୨୬, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୩୪, କେନ୍ଦୁଝରରୁ ୧୨୬, କୋରାପୁଟରୁ ୧୫୭, ମାଲକାନଗିରିରୁ ୫୮, ମୟୁରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୧୯୨, ନୟାଗଡ଼ରୁ ୨୧୬, ନୂଆପଡ଼ାରୁ ୧୯୯, ପୁରୀରୁ ୧୪୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୨୭, ସୋନପୁରରୁ ୮୯, ସୁନ୍ଦରଗଡ଼ରୁ୯୩୨ ଓ ଷ୍ଟେଟ ପୁଲରୁ ୪୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।




admin 