ସଟଡାଉନ ସତ୍ତ୍ୱେ ଚାଲିବ ବସ

ସଟଡାଉନ ସତ୍ତ୍ୱେ ଚାଲିବ ବସ

ସଟଡାଉନ ସତ୍ତ୍ୱେ ଚାଲିବ ବସ
ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ଶନିବାର ଓ ରବିବାର ୧୧ଟି ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ତେବେ ସଟଡାଉନ ସତ୍ତ୍ୱେ ବସ ଚାଲିବ । ଏହାସହ ବସଷ୍ଟାଣ୍ଡ ଖୋଲା ରହିବ । ପ୍ରାଇଭେଟ ଗାଡ଼ି ବସ ଷ୍ଟାଣ୍ଡ, ରେଳ ଷ୍ଟେସନ ଓ ବିମାନବନ୍ଦର ବି ଯିବ । ଏନେଇ ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ପ୍ରକାଶ ଯେ, କରୋନା ମୁକାବିଲା ନେଇ ଗତ ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇ କହିଥିଲେ ଯେ, ସଂକ୍ରମଣ ବଢିଥିବା ୧୧ଟି ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟଡାଉନ କରାଯିବ । ପ୍ରତି ଶନିବାର ଓ ରବିବାର ୧୧ଟି ଜିଲ୍ଲା ସଟଡାଉନ କରିବାକୁ ଘୋଷଣା କରାଯାଇଛି । ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର ଓ ବାଲେଶ୍ୱର ଜିଲ୍ଲାରେ ସଟଡାଉନ ଘୋଷଣା କରାଯାଇଛି । ସଟଡାଉନ ୨ ଦିନ କୌଣସି ଅଫିସ ସହ ଯାନବାହାନ ଚଳାଚଳ ବନ୍ଦ ରହିବ ବୋଲି କୁହାଯାଇଥିଲା ।