ସଡ଼କ ଦୁର୍ଘଟଣା ମୃତ୍ୟୁ, ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସଡ଼କ ଦୁର୍ଘଟଣା ମୃତ୍ୟୁ, ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରୋଡର ବଡବାହାଲୀ ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି  ।

ସୂଚନାଯୋଗ୍ୟ ଯେ ବଡବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ  ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି  ।