ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା
ଭୁବନେଶ୍ୱର: ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମନାକୁ ଆସୁଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟା ୫ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହ ଆଲୋଚନା କରିବେ । ସମୀକ୍ଷା ପରେ କିଛି ନୂଆ ପଦକ୍ଷେପ ଘୋଷଣା ହୋଇପାରେ ।