ସିଧା ମାଡ ହେବନି ବାତ୍ୟା
ସିଧା ମାଡ ହେବନି ବାତ୍ୟା
ଭୁବନେଶ୍ୱର : ଓଡ଼ିଶାରେ ମାଡ଼ ହେବନି ବାତ୍ୟା ‘ସି-ତ୍ରଙ୍ଗ୍’। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ଚାଲିଯିବ । ବାତ୍ୟା ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ମୁହାଁ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛି। ତେବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।
ସୂଚନା ମୁତାବକ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ଆଶଙ୍କା ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚମ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହା ପରେ ୨୪ ତାରିଖ ଆଡ଼କୁ ଏହା ପୁଣି ଉତ୍ତର ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଘନୀଭୂତ ହୋଇପାରେ। ତେବେ ରାଜ୍ୟରେ ୨୩ରୁ ୨୫ ତାରିଖ ଯାଏ ବର୍ଷା ହେବ । ଉପକୂଳରେ ଘଣ୍ଟା ପ୍ରତି ୬୦କିମି ବେଗରେ ପବନ ବହିପାରେ ।




admin 