୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି

୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି

୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ଆଗକୁ ମଧ୍ୟ ଏହା ଜାରି ରହିବ । ଆଜି ଠାରୁ ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଆଜି ଓ ଆସନ୍ତାକାଲି ପାଇଁ ଅର୍ଦ୍ଧାଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଅନ୍ୟପକ୍ଷରେ ଆଜି ଠାରୁ ୩ ଦିନ ଯାଏଁ ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବାକୁ ଥିବାବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି ।