୧୮ ପୁଲିସ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ ।
୧୮ ପୁଲିସ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ ।
admin
Jun 17, 2020 - 06:52
Updated: Jun 17, 2020 - 06:52
ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି ।
ପୁରୀ ଜିଲ୍ଲାର ୨ଟି ଥାନାର ୧୮ ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି । କଣାସ ଥାନାର ୧୧ ଓ ଗଡ଼ିଶାଗୋଦାା ଥାନର ୭ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି । ଗତ ୪ ଦିନ ତଳେ କଣାସ ପୁଲିସ ଜଣେ ଗାଡ଼ି ଚୋରକୁ ଧରିଥିଲା । ଗଡ଼ିଶାଗଦା ପୁଲିସ ମଧ୍ୟ ଜଣେ ଲୁଟେରାକୁ ଗିରଫ କରିଥିଲା । ଉଭୟ ଅଭିଯୁକ୍ତ ନମୁନା ପଜିଟିଭ ଆସିବା ପରେ ୨ଟି ଥାନାର ୧୮ ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି ।