୧୯ ଟି ଜିଲ୍ଲାରୁ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ ଟି ଜିଲ୍ଲାରୁ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ ଟି ଜିଲ୍ଲାରୁ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର :୨୪ ଘଣ୍ଟା ରାଜ୍ୟରେ ୧୯ ଟି ଜିଲ୍ଲାରୁ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୦୩ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୫୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୯୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।