୨୪ ଘଣ୍ଟାରେ ରାଜ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୧୪୩କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୬ଜଣ ରହିଥିବାବେଳେ ୫୭ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୮ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳରୁ ୮, କଟକରୁ ୮, ବାଲେଶ୍ୱରରୁ ୧୧, ବରଗଡରୁ ୧, ବଲାଙ୍ଗୀରରୁ ୧, ବୌଦ୍ଧରୁ ୩, ଭଦ୍ରକରୁ ୨, ଗଜପତିରୁ ୨୦, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡାରୁ ୧୦, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧୩, କେରାପୁଟରୁ ୬, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୪, ନୟାଗଡରୁ ୨,  ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୧୧, ସୋନପୁରରୁ ୬, ସୁନ୍ଦରଗଡରୁ ୯ ଓ ରାଜ୍ୟପୁଲରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୫ହଜାର ୩୪୯କୁ ବୃଦ୍ଧି ପାଇଛି ।