୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି ରାଜ୍ୟରେ ୧୦ହଜାର ୪୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୩ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲରୁ ୨ଜଣ ରହିଥିବାବେଳେ  ଅନୁଗୁଳ ଜିଲ୍ଲାରୁ ଜଣେ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୮୪କୁ ବୃଦ୍ଧି ପାଇଛି । 

ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୪୪୫୨ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୬୦ହଜାର ୦୬୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୭୫ହଜାର ୭୯୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଗତ ୨୪ଘଣ୍ଟାରେ ୧୦ହଜାର ୪୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୦୮୨ଜଣ ରହିଥିବାବେଳେ ୪୪୦୭ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୯୮୨ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।