୩ ଦିନ ପ୍ରବଳ ବର୍ଷା

୩ ଦିନ ପ୍ରବଳ ବର୍ଷା

୩ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର: ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି । ବର୍ଷାର ପ୍ରକୋପ ଆହୁରି ବଢ଼ିବ । ୩ ଦିନ ଧରି ନିର୍ଘାତ ବର୍ଷା ଛେଚିବ । ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ନେଇ ସତର୍କ କରାଇ ଦେଇଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ନେଇ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଛି । ବିଶେଷ କରି ସୁବର୍ଣ୍ଣରେଖା, ବଢ଼ାବଳଙ୍ଗ, ବୈତରଣୀ ଫୁଲିପାରେ । ଲଗାଣ ବର୍ଷାରେ ତଳି ଅଞ୍ଚଳର ଜଳମଗ୍ନ ହୋଇପାରେ । ଏହାକୁ ନେଇ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଜିଲ୍ଲାପାଳ ତହସିଲଦାର ଓ ବିଡିଓଙ୍କୁ ସତର୍କ ରହିବା ଲାଗି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିଦେ୍ର୍ଧଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା । ପାଣିପାଗ ବିଭାଗ କହିଛି, ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହା ଉତ୍ତର ବଙ୍ଗୋପସାଗରରେ ଲଘୁଚାପରେ ପରଣିତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ତା’ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିବ । ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେ଼ଙ୍କାନାଳ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି । ଏହି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେ଼ଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳରେ ପ୍ରବଳରୁ ପ୍ରବଳତର ବର୍ଷା ହେବ । ପୁରୀ, ସୁନ୍ଦରଗଡ଼, ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀରରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର ଉପକୂଳ ଓଡ଼ିଶାରେ ବର୍ଷା କମିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଅଧିକ ହେବ । ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀରରେ ପ୍ରବଳରୁ ପ୍ରବଳତର ବର୍ଷା ହେବ । ଯାଜପୁର, ଭଦ୍ରକ, ଢେ଼ଙ୍କାନାଳ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ ।