୩ ମୃତକଙ୍କ ପାଇଁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୩ ମୃତକଙ୍କ ପାଇଁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୩ ମୃତକଙ୍କ ପାଇଁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଟାଙ୍ଗୀ ପଡାଗୁଡା ନିକଟରେ ଚୂନମାଟି ଅତଡା ଧସି ୩ ମୃତ ଘଟଣା । ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା ହୋଇଛି । ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ସୂଚନା ଅନୁସାରେ ରେଙ୍ଗା ଗ୍ରାମପଂଚାୟତ ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଆଜି ଅପରାହ୍‌ଣ ପ୍ରାୟ ୨ଟାରେ ୭ ଜଣ ମହିଳା ଘର ଲିପିବା ପାଇଁ ମାଟି ଆଣିବାକୁ ଯାଇଥିଲେ। ଏହି ସମୟରେ ଚୂନମାଟି ଅତଡ଼ା ଖସିପଡ଼ିଥିଲା। ଏହି ଚୂନମାଟି ଅତଡ଼ା ମହିଳାଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ମହିଳା ଚାପି ହୋଇଥିଲେ। ଅନ୍ୟ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ପଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।