‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଜମି ଓ ୩ କୋଟି ମଞ୍ଜୁର କଲେମୁଖ୍ୟମନ୍ତ୍ରୀ

‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଜମି ଓ ୩ କୋଟି ମଞ୍ଜୁର କଲେମୁଖ୍ୟମନ୍ତ୍ରୀ

‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଜମି ଓ ୩ କୋଟି ମଞ୍ଜୁର କଲେମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:   ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି  ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ   ଚନ୍ଦ୍ରଶେଖରପୁର ମୌଜାରେ  ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ  ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବଭାବ କବିଙ୍କ ସ୍ମୃତିରେ  ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ। ଏହାଦ୍ବାରା ଦୂରଦୂରାନ୍ତରରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ ଯେ ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବାପାଇଁ ଏବଂ  ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ୟ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।