ଆଜି ୪୨୮ସଂକ୍ରମିତ ଚିହ୍ନଟ

ଆଜି ୪୨୮ସଂକ୍ରମିତ ଚିହ୍ନଟ

 ଆଜି ୪୨୮ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର  : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ରହିଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି  । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୬ ଜଣ ସଂକ୍ରମିତ ରହିଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୫୧୮କୁ ବୃଦ୍ଧି ପାଇଛି  । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି  ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡରୁ ୪, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେବଗଡରୁ ୧, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୨ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ ଓ ରାଜ୍ୟପୁଲରୁ ୪୩ଜଣ ରହିଛନ୍ତି  ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏଥି ମଧ୍ୟରୁ ୨୨୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୫୩୨ଜଣ ସୁସ୍ଥ ହୋଇଛନ୍ତି  ।