ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ

 ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ
ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଛି କରୋନା ଭୟ । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପରେ ରାଜ୍ୟ ସରକାର ତପôର ହୋଇଉଠିଛନ୍ତି । ଏହାରି ଭିତରେ ଏକ ବଡ଼ଖବର ସାମାନାକୁ ଆସିଛି । ତାହା ହେଲା ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ବିଭିନ୍ନ ସଚିବ, ଜିଲ୍ଲାପାଳ ଓ ଏସପିମାନଙ୍କ ସହ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି । ପୁଣି ଥରେ ସରପଞ୍ଚ, ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଦାୟିତ୍ୱ ଦିଆଯିବ । ସେମାନେ ଗାଁକୁ ଆସୁଥିବା ବାହାର ଲୋକଙ୍କ ଉପରେ ନଜର ରଖିବେ । ଗାଁର କୋଭିଡ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ । ସ୍ଥିତି ଦେଖି ଲକଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ ବୋଲି ଜଣାଯାଇଛି । ଅନ୍ୟପକ୍ଷରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରକୁ ରୋକାଯିବା ନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଶ୍ରୀ ମହାପାତ୍ର ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ଏସଆରସି ଉପସ୍ଥିତ ଅଛନ୍ତି । ତେବେ କରୋନା ସଂକ୍ରମଣକୁ ରୋକାଯିବା ନେଇ କ’ଣ କ’ଣ ପଦକ୍ଷେପ ନିଆଯିବ ସେ ନେଇ ଆଲୋଚନା ହୋଇଥିବା କୁହାଯାଉଛି ।