ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ

 ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ
ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବ । ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେ଼ଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଜୋରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବ । ସେହିପରି ୧୧ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ରେ ଏବଂ ୧୨ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ , ନୟାଗଡ଼, କଟକ, ଅନୁଗୁଳ, ଢେ଼ଙ୍କାନାଳ ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । ଫଳରେ ରାଜ୍ୟର ତାପମାତ୍ରା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବ । ତେବେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।