ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟରେ ୭୦ ଜଣ କରୋନା ପଜିଟିଭ ଚିହ୍ନଟ

ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟରେ ୭୦ ଜଣ କରୋନା ପଜିଟିଭ ଚିହ୍ନଟ

 ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟରେ ୭୦ ଜଣ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମନାକୁ ଆସୁଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଅହମଦାବାଦସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ)ରେ ୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅନୁଷ୍ଠାନର କର୍ମଚାରୀ ଏବଂ ଛାତ୍ରଛାତ୍ରୀ ରହିଛନ୍ତି ବୋଲି ଅହମଦାବାଦ ନଗର ନିଗମର ଡେପୁଟି ସ୍ବାସ୍ଥ୍ୟ ଅଧିକାରୀ ଡା. ମେହୁଲ ଆଚାର୍ୟ୍ୟ ସୂଚନା ଦେଇଛନ୍ତି।