ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ମିନି ମାରାଥନ୍‍

ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ମିନି ମାରାଥନ୍‍

 ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ମିନି ମାରାଥନ୍‍
ଭୁବନେଶ୍ୱର: ମହାନ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ବାର୍ଷିକ ବିଜୁ ପଟ୍ଟନାୟକ ମିନି ମାରାଥନ୍‍ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। କ୍ରୀଡ଼ା ଏବଂ ଯୁବ ସେବା ବିଭାଗ(ଡିଏସ୍‍ୱାଇଏସ୍‍) ପକ୍ଷରୁ ଆୟୋଜିତ ଏହି କାର୍ୟ୍ୟକ୍ରମରେ ୪୦୦ରୁ ଊର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିଲେ। ରାଜ୍ୟ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କାର୍ୟ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପଦ୍ମଶ୍ରୀ ଦିଲୀପ ତିର୍କୀ ଏବଂ ଡିଏସ୍‍ୱାଇଏସ୍‍ ପ୍ରମୁଖ ଶାସନ ସଚିବ ବିଶାଲ କେ ଦେବଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ବିଜୁ ବାବୁଙ୍କ ନୀତି ଏବଂ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ।