ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର

ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର

 ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର


ଜଗତସିଂହପୁର:  ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଂଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚିତ୍ତରଂଜନଙ୍କ ନିଜ ଘର, ଅଫିସ, ସର୍ମ୍ପକୀୟ ଘର ଓ ପୈତୃକ ଘର ସମେତ ୯ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

ଭିଜିଲାନ୍ସ ବିଭାଗର ୨ଜଣ ଡିଏସ୍‌ପିଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଏଥିରେ ୧୪ ଜଣ ଇନ୍‌ସପେକ୍ଟର, ୬ ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି। । ଭୁବନେଶ୍ୱରର ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚିତ୍ତରଂଜନଙ୍କର ମଞ୍ଚେଶ୍ୱରରେ ଥିବ ଫ୍ଳାଟ, ମଞ୍ଚେଶ୍ୱରର ରଙ୍ଗମାଠିଆରେ  ଥିବା  ଆଉ ଏକ ଫ୍ଳାଟ ଓ ଚନ୍ଦକା ଅଞ୍ଚଳରେ ଥିବା ଫ୍ଳାଟରେ  ଚଢ଼ାଉ କରାଯାଇଛି। ସେହିପରି ବାଲେଶ୍ୱରର ୩ଟି ସ୍ଥାନ ଓ ଜଗତସିଂହପୁରରେ ୨ ସ୍ଥାନ ଓ ସୋନପୁରରେ ଥିବା ବାସଭବନରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛନ୍ତି।

ଚିତ୍ତରଂଜନ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଥିଲା। ତେବେ ଚଢ଼ାଉ ବେଳେ କ’ଣ ସବୁ ଜବତ ହୋଇଛି ତାହା ଜଣାପଡ଼ିନାହିଁ।