ରାଜ୍ୟରେ ୧୧୩ କରୋନା ପଜିଟିଭ
ରାଜ୍ୟରେ ୧୧୩ କରୋନା ପଜିଟିଭ
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୪୪୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୭ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫ ଜଣ, କଟକରୁ ୨୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ, ସମ୍ବଲପୁରରୁ ୪ ଜଣ, ଯାଜପୁରରୁ ୨ ଜଣ, ପୁରୀରୁ ଜଣେ ଏବଂ ଷ୍ଟେଟ୍ ପୁଲ୍ରୁ ୧୪ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୭୪୫ ଜଣ ସୁସ୍ଥ ହୋଇଛନ୍ତି ।




admin 