ଆଜି ରାଜ୍ୟରେ ୮୯ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୮୯ କୋଭିଡ୍ ପଜିଟିଭ ଚିହ୍ନଟ

 ଆଜି ରାଜ୍ୟରେ ୮୯ କୋଭିଡ୍ ପଜିଟିଭ ଚିହ୍ନଟ


ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୬ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୮୭୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୮୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୦୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୫୩୧୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।