କାଲିଠୁ ବଦଳିଯିବ ପାଗ, ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା

କାଲିଠୁ ବଦଳିଯିବ ପାଗ, ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା

 କାଲିଠୁ ବଦଳିଯିବ ପାଗ,  ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଭୁବନେଶ୍ୱର: ରାଜ୍ୟରେ କାଲିଠୁ ବଦଳିଯିବ ପାଗ। ଫେରିବ ପଶ୍ଚିମାଝଡ଼ ପ୍ରଭାବ। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାନେଇ ପୂର୍ବାନୁମାନ କିରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଏବଂ ଢେଙ୍କାନାଳରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ସେହିପରି ୧୮ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ଏବେ ରାଜ୍ୟରେ ଶୀତ କମିଛି। ଉତ୍ତରା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ କମିବା ପରେ ସ୍ବାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ପାରା ବୃଦ୍ଧି ହୋଇଛି । ତେବେ ଗୁଚୁଚାପ ବଳୟ ପ୍ରଭାବରେ ଘନ କୁହୁଡିର ଆସନ୍ତରଣ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଦୃଶ୍ୟମାନ କ୍ଷମତା ୫୦ ରୁ ୧୦୦ ମିଟର ରହିଛି ।