ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର, ରାତି ୧୦ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର, ରାତି ୧୦ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର: ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ନୀତିନିର୍ଘଣ୍ଟ ସ୍ଥିର ହୋଇଛି। ଏଥର ରାତି ୧୦ଟାରେ ମହାଦୀପ ଉଠିବା ନେଇ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ୍ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମହାଦୀପ ଉଠିବା ପରେ ରାତି ୧୦ରୁ ୧୧ଟା ପର୍ୟ୍ୟନ୍ତ ସାହାଣମେଲା ଦର୍ଶନ ନୀତି ରହିଛି। ରାତି ସାଢ଼େ ୩ରୁ ସାଢେ ୪ଟା ମଧ୍ୟରେ ହରିହର ଭେଟ ଏବଂ ପରେ ବଡସିଂହାର ଓ ପହୁଡ଼ ନୀତି ସମ୍ପନ୍ନ ହେବ।
ଅନ୍ୟପକ୍ଷରେ ଜାଗର ଯାତ୍ରା ଅବସରରେ ସୁରକ୍ଷା ବ୍ୟବସ୍ଥା ପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମହା ଶିବରାତ୍ରିରେ ସର୍ବାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡକୁ ଆଖି ଆଗରେ ରଖି ପ୍ରସ୍ତୁତି କରିଛି କମିଶନରେଟ୍ ପୁଲିସ୍। ପ୍ରସ୍ତୁତି ବୈଠକରେ ପୁଲିସ କମିଶନର, ସେବାୟତ, ଜଟଣୀ ବିଧାୟକ ସୁର ରାଉତରାୟ, ବିଜେପି ନେତା ବାବୁସିଂ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ସମସ୍ତଙ୍କ ସହଯୋଗ ଲୋଡିଥିଲା କମିଶନରେଟ୍ ପୁଲିସ। ବୈଠକରେ ଟ୍ରାଫିକ ଓ ପାର୍କିଂକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।




admin 