ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ମୁଖ୍ୟମନ୍ତ୍ରୀଙ୍କ ନିବେଦନ

 ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ମୁଖ୍ୟମନ୍ତ୍ରୀଙ୍କ ନିବେଦନ ଗତ ଦୁଇ ମାସ ମଧ୍ୟରେ ଦୁନିଆ ବଦଳି ଯାଇଛି। ରାଜନୀତି, ଅର୍ଥନୀତି ସବୁ କିଛି ପଛରେ ପକାଇ ସ୍ବାସ୍ଥ୍ୟ ସମସ୍ୟା ସାରା ବିଶ୍ବ ପାଇଁ ଏକ ବହୁତ ବଡ ଆହ୍ବାନ ସୃଷ୍ଟି କରିଛି। ଚୀନ ଓ ସାଉଥ କୋରିଆ ଠାରୁ ଆରମ୍ଭ କରି ନିକଟରେ ଆମେରିକା, ବ୍ରିଟେନ ଓ ଅନ୍ୟ ଇରୋପୀୟ ଦେଶ ମାନଙ୍କ ପାଇଁ କରୋନା ଭାଇରସ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଛି। ବର୍ତ୍ତମାନ ଏହି ଭାଇରସ ଭାରତରେ ମଧ୍ୟ ପହଞ୍ଚି ଯାଇଛି। ଭାରତରେ କୋଭିଡ- 19 ରୋଗୀଙ୍କ ସଂଖ୍ୟା ବଢୁଛି । ଏହି ଭାଇରସ୍‌ ବାହାରୁ ଆସିଛି । ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । କେବଳ ସଚେତନତା ଦ୍ବାରା ହିଁ ଏହାକୁ ରୋକାଯାଇ ପାରିବ। ତେଣୁ ମୋର ଅନୁରୋଧ ଆପଣମାନେ ଘରେ ରୁହନ୍ତୁ। ଘରେ ରହିଲେ ଆପଣ ଓ ଆପଣଙ୍କ ପରିବାର ସୁରକ୍ଷିତ ରହିପାରିବେ। ଏ ଭାଇରସ୍‌କୁ ଆପଣଙ୍କ ଘରେ ପଶିବାକୁ ଦିଅନ୍ତୁ ନାହିଁ। ଏହି strategyକୁ ପାଳନ କରି ଚୀନର ଉହାନ୍‌ ପ୍ରଦେଶ କରୋନା ଭାଇରସ୍‌କୁ ହରାଇ ଦେଇପାରିଛି । ବର୍ତ୍ତମାନ ସମୟ ଆସିଛି ଆମେ ମଧ୍ୟ ଏହି strategyକୁ ଆପଣେଇବା। ଘରେ ରହିବା। କେବଳ essential commodity ସଂଗ୍ରହ ପାଇଁ ବାହାରକୁ ଯିବା। ତା ହେଲେ ଆମେ ମଧ୍ୟ ଏ ଯୁଦ୍ଧ ଜିତିପାରିବା। ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (Near Total ) Lock Down କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏହି Lock Down ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ। ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ। ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ପ୍ରତିଟି ଓଡିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୋର ଅନୁରୋଧ, ସରକାରଙ୍କ ନିଷ୍ପତ୍ତିରେ ଆପଣମାନେ ସହଯୋଗ କରନ୍ତୁ । ନିଜର, ନିଜ ପରିବାର ଓ ବନ୍ଧୁମାନଙ୍କ ମଙ୍ଗଳ ପାଇଁ ଘରେ ରୁହନ୍ତୁ। ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାକୁ ମୁଁ ପୋଲିସକୁ ନିର୍ଦ୍ଦେଶ ଦେଇଛି। ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କରୁଛି, ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ। କେବଳ ଘରେ ରହିଲେ ହିଁ ଆମେ ଏ ଯୁଦ୍ଧ ଜିତିପାରିବା । ଧନ୍ୟବାଦ ଘରେ ରହୁନ୍ତୁ, ସୁସ୍ଥ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ ୨୦୨୦ ମାର୍ଚ୍ଚ ୨୧ କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସୁରକ୍ଷା ପାଇଁ କିଛି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଅତ୍ୟନ୍ତ ଜରୁରୀ କାର୍ଯ୍ୟ ବ୍ୟତୀତ ବାକି ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ। କେବଳ essential commodity ସଂଗ୍ରହ ପାଇଁ ଜନସାଧାରଣ ବାହାରକୁ ଯାଇ ପାରିବେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ମୁଖ୍ୟାଂଶ- • ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ପ୍ରାୟ ସମ୍ପୂର୍ଣ୍ଣ (Near Total) Lock Down କରାଯିବ। • ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ Near Total Lock Down ରହିବ। • ଏହି ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ Grocery ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ। • ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ। • ଉପରୋକ୍ତ ୫ ଗୋଟି ଜିଲ୍ଲା ଓ ୭ ଗୋଟି ସହରରେ ସାମାଜିକ ସୁରକ୍ଷା ପେନ୍‌ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସାମଗ୍ରୀର ବିତରଣ କାର୍ଯ୍ୟ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। • ସ୍ଥାନୀୟ ପରିସ୍ଥିତିକୁ ଆକଳନ କରି ଜିଲ୍ଲାପାଳମାନେ ଯେ କୌଣସି ସେବା ଓ କ୍ଷେତ୍ରକୁ ବାଦ ଦେଇପାରିବେ ବା ଯୋଗ କରିପାରିବେ। • ଘରୋଇ କମ୍ପାନୀ ମାନଙ୍କୁ Work From Home ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି ସେମାନେ ଏହା ନ କରନ୍ତି, ତେବେ ସେମାନଙ୍କର ବର୍ତ୍ତମାନର ବ୍ୟବସ୍ଥା ଚାଲୁ ରଖିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଠାରୁ ପ୍ରମାଣ ପତ୍ର ଆଣିବାକୁ ହେବ। • କୋଭିଡ-୧୯କୁ ନିୟନ୍ତ୍ରଣ କରିବା ପାଇଁ ନିୟୋଜିତ ସମସ୍ତ ଘରୋଇ ସେବା ପ୍ରଦାନକାରୀଙ୍କୁ ଜରୁରୀକାଳୀନ ସେବାର ଅନ୍ତର୍ଭୁକ୍ତ କରାଗଲା । • ଲୋକଙ୍କ ସ୍ବାର୍ଥ ପାଇଁ ଏହି କଟକଣା କରାଯାଇଛି। ଏହାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନିଆଯିବ।