ରାଜ୍ୟ ସରକାରଙ୍କ ବାତ୍ୟା ପ୍ରସ୍ତୁତି

ରାଜ୍ୟ ସରକାରଙ୍କ ବାତ୍ୟା ପ୍ରସ୍ତୁତି

 ରାଜ୍ୟ ସରକାରଙ୍କ ବାତ୍ୟା ପ୍ରସ୍ତୁତି
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ୨୨ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବ । ସମ୍ଭାବ୍ୟ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ତେବେ ବାତ୍ୟା ପ୍ରସ୍ତୁତି ନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ନେଇ ଆଜି ଆଇଏମଡି, ଏନଡିଏମଏ ସହ ବୈଠକ ହୋଇଛି । ଆଇଏମଡି ଆକଳନ ଅନୁସାରେ କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୩ରେ ତାହା ଡିପ୍ରେସନ ଓ ୨୪ରେ ବାତ୍ୟାରେ ପରିଣତ ହେବ । ପ୍ରାକ ଆକଳନ ଅନୁସାରେ ଉତ୍ତର ଓଡ଼ିଶା-ସୁନ୍ଦରବନ ମଧ୍ୟରେ ସ୍ଥଳ ଭାଗ ଛୁଇଁବ । ତେବେ ତାହାର ଗତି, ବେଗ ଓ ତୀବ୍ରତା କେତେ ରହିବ ସେ ନେଇ ଆଇଏମଡି କହିନି । ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତ ରହିଥିବା ସେ କହିଛନ୍ତି । ଏହାଛଡ଼ା କହିଛନ୍ତି ଯେ... ୧- ଓଡ୍ରାଫ, ଅଗ୍ନିଶମ ଏବଂ ଏନଡିଆରଏଫ ଟିମକୁ ପଠାଯାଉଛି ୨- ଗୁଜୁରାଟ ଯାଇଥିବା ଏନଡିଆରଏଫର ୫ଟି ଟିମ ଆଜି ଫେରି ଆସିବେ ୩- ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଛଡ଼ାଯାଉନି, ଯିଏ ଅଛନ୍ତି ଫେରି ଆସିବେ ୪- ଯେଉଁ ମାଛଧରା ବୋଟ ଅଛନ୍ତି, କୋଷ୍ଟଗାର୍ଡ ଫେରାଇ ଆଣୁଛନ୍ତି ୫- ସହରରେ ଲାଗିଥିବା ହାଇମାଷ୍ଟ ଲାଇଟ ତଳକୁ ଖସାଇ ଦିଆଯାଇଛି ୬- ବିଜ୍ଞାପନ ଲାଗିଥିବା ବିଭିନ୍ନ ହୋର୍ଡିଂ, ବୋର୍ଡ ଖୋଲିବାକୁ କୁହାଯାଇଛି ୭- ୨୪ ତାରିଖ ସୁଦ୍ଧା ନଖୋଲିଲେ ପୌର କର୍ମଚାରୀ ଜୋର କରି ଖୋଲିବେ