ରାଜ୍ୟରେ ୨୪ ଘଂଟାରେ ଆଉ ୬୬ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଂଟାରେ ଆଉ ୬୬ କରୋନା ଆକ୍ରାନ୍ତ ଚିହ୍ନଟ

 ରାଜ୍ୟରେ ୨୪ ଘଂଟାରେ ଆଉ ୬୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ୨୪ ଘଂଟାରେ ଆଉ ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ ହଜାର ୨୫୮କୁ ବୃଦ୍ଧି ପାଇଛି । ୬୨୭ ଆକ୍ଟିଭ ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୬୬୦ ଜଣ ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦ ଜଣ, କଟକରୁ ୫ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।