୧୦ ବଖରା ଜାଳିଦେଲେ ଦୁର୍ବୃତ୍ତ
୧୦ ବଖରା ଜାଳିଦେଲେ ଦୁର୍ବୃତ୍ତ
ନିମାପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ ବଖରା ଘର ଜାଳିଦେଲେ ଦୁର୍ବୃତ୍ତ। ପୁରୀ ଜିଲ୍ଲା ପିପିଲି ବ୍ଲକ ସରସ୍ଵତୀପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ିହୋଇ ସମସ୍ତ ଆସବାବପତ୍ର ଜଳିପୋଡ଼ି ଛାରଖାର ହୋଇଯାଇଛି।
ସୂଚନାନୁଯାୟୀ, ପିପିଲି ବ୍ଲକ ସରସ୍ଵତୀପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ୧୦ ବଖରା ଘର ଜାଳି ଦେଇଛନ୍ତି। ଫଳରେ ଘରର ସମସ୍ତ ଆସବାବପତ୍ର ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପୂର୍ବରୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ବଳଙ୍ଗା ଥାନାରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି।




admin 