୧୬ ଜଣ ଜିଆରଏସଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ, ଜାଣନ୍ତୁ କାହିଁକି
୧୬ ଜଣ ଜିଆରଏସଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ, ଜାଣନ୍ତୁ କାହିଁକି
ଭୁବନେଶ୍ୱର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କାର୍ୟ୍ୟ ସଂପର୍କରେ ବିଜେପି ତରଫରୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିବା ପରେ ୧୬ ଜଣ ଜିଆରଏସଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମାତ୍ର ଗତ ୨୦ ତାରିଖରେ ଜିଆରଏସଙ୍କ ବୈଠକରେ ଉପସ୍ଥିତ ଅନ୍ୟ ଜିଆରଏସ ଏବଂ ବାହାର ଜିଲ୍ଲାରୁ ଆସିଥିବା ଜିଆରଏସ ନେତାମାନଙ୍କ ବିରୁଦ୍ଧରେ କୈାଣସି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ସେମାନଙ୍କ ଉପରେ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜି ପୁଣି ଥରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେପି ତରଫରୁ ଦାବୀ କରାଯାଇଛି ।
ପଦ୍ମପୁର ଉପନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀ ତୁରନ୍ତ ବିହୀତ ପଦକ୍ଷେପ ଗ୍ରହଣ ନକରିଲେ ବିଜେପି ତରଫରୁ ତାଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ଚେତାଇ ଦେଇଛନ୍ତି ।
ଏହି ଅବସରରେ ରାଜ୍ୟ ମୁଖପାତ୍ର ସୋନାଲୀ ସାହୁ, ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ ଦାସ, ରାଜ୍ୟ ଲିଗାଲ ସେଲ୍ ସଂଯୋଜକ ଜୟନ୍ତ ଜେନା ଏବଂ କୃଷକ ମୋର୍ଚ୍ଚା ମିଡିଆ ସଂଯୋଜକ ହିତେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।




admin 