ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ୫ଟି ସଚିବ
ଭୁବନେଶ୍ୱର : ଆସନ୍ତା ଜୁନ୍ ୨୬ରୁ ଆରମ୍ଭ ହେବ ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ କାମ । ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର । ଏହାପୂର୍ବରୁ ପ୍ରଭୁ ଲିଙ୍ଗରାଜ ମନ୍ଦିର ଯାଇ ଅନୁଧ୍ୟାନ କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପ୍ରଥମେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଯଜ୍ଞ ହେବାକୁ ଥିବା ସ୍ଥାନକୁ ଯାଇ ଅନୁଧ୍ୟାନ କରିଥିଲେ । ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ଫାଇଭ-ଟି ସଚିବ ।
କାର୍ୟ୍ୟର ଅଗ୍ରଗତି ନେଇ ତଦାରଖ କରିବା ପରେ ମାର୍କେଟ କମ୍ପ୍ଲେକ୍ସ ଯାଇଥିଲେ ୫-ଟି ସଚିବ । ସେଠାରେ ଲାଇଟ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ନୂଆ ରୂପ ନେବାକୁ ଯାଉଛି ଏକାମ୍ର ନଗରୀ । ବହୁ ପ୍ରତିକ୍ଷିତ ଏକାମ୍ରକ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନକୁ ଅନୁମୋଦନ ମିଳିବା ପରେ ଜୁନ୍ ୨୬ରୁ କାମ ଆରମ୍ଭ ହେବ । ଜୁନ୍ ୨୫ରୁ ୨୮ ଯାଏ ଲାଇଟ୍ ବ୍ୟବସ୍ଥାରେ ଚମକିବ ପୁରୁଣା ଭୁବନେଶ୍ବର । ଏଥିସହ ଶ୍ରୀଲିଙ୍ଗରାଜ ମନ୍ଦିରର ସାମ୍ନା ଓ ବାହାର କାନ୍ଥରେ ପ୍ରୋଜେକସନ୍ ଲଗାଯିବ । ଜୁନ୍ ୨୬ ରାତିରୁ ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର ।
ଜୁନ୍ ୨୮ରେ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପରେ ପୂର୍ଣ୍ଣାହୁତିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।




admin 