78 ହଜାର ଡେଇଁଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

78 ହଜାର ଡେଇଁଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

78 ହଜାର ଡେଇଁଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଦେଶରେ ମହାମାରୀ କରୋନା ପ୍ରକୋପ ଜାରି ରଖିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 78 ହଜାର ପାର ହୋଇଥିବା ବେଳେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା 25 ଶହ ଟପିଛି । ଗତ 24 ଘଣ୍ଟାରେ ଦେଶରେ 3722 ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଥିବା ବେଳେ 134 ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 78 ହଜାର 200ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ 2552 ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 26,416ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 49, 227ସକ୍ରିୟ ଅଛନ୍ତି। ମହରାଷ୍ଟ୍ରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଦିଲ୍ଲୀ ଓ ଗୁଜୁରାଟରେ ମଧ୍ୟ ସ୍ଥିତି ଭୟଙ୍କର ରହିଛି । ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା 975କୁ ବୃଦ୍ଧି ହୋଇଛି ।