କୃଷି ବଜେଟ :୨୪,୮୨୯ କୋଟି ବ୍ୟୟବରାଦ
ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି । ଏହି ଅବସରରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି । ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ ବୋଲି ସେ କହିଛନ୍ତି । ତେବେ ଅର୍ଥମନ୍ତ୍ରୀ ପ୍ରଥମେ କୃଷି ବଜେଟ ଉପସ୍ଥାପିତ କରିଛନ୍ତି । କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟ ବରାଦ କରାଯାଇଛି । ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭରିଂ ଫଣ୍ଡର ବ୍ୟବସ୍ଥା କରାଯାଇଛି । କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କାର ବ୍ୟୟପରାଦ କରାଯାଇଛି । ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ କରାଯାଇଛି । କୃଷି କ୍ଷେତ୍ରରେ ମହିଳା ଏସଏଚଜିଙ୍କୁ ପ୍ରୋତ୍ସାହନ ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି । କୃଷି କ୍ଷେତ୍ରରେ ମହିଳା ଏସଏଚଜିଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଟଙ୍କା ଖର୍ଚ୍ଚ ହେବ ।ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।
ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ । ଏହି ପ୍ରକଳ୍ପ ପାଇଁ ୮୫୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପାର୍ବତୀଗିରି ବୃହତ୍ତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫୦୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସେହିପରି ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି ବ୍ୟୟବରାଦ କରାଯାଇଛି । ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
ଅଚଳ ଉଠାଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ପାଇଁ ୧୯୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଆଉ ୪୫୦ଟି ଚେକଡ୍ୟାମ ନିର୍ମାଣ ପାଇଁ ୧୮୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
ଲୁଣା ବନ୍ଧ ସୁଦୃଢୀକରଣ ପାଇଁ ବଜେଟରେ ୯୬୧ କୋଟି ବ୍ୟୟବରାଦ କରାଯାଇଛି ।




admin 