ଗୃହ ୪ଟା ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର: ଜାଲ ସାର୍ଟିଫିକେଟ ଓ କୋଟିଆ ପ୍ରସଙ୍ଗକୁ ନେଇ ଶୁକ୍ରବାର ବିଧାନସଭା ସରଗରମ ହୋଇଛି । ଉଭୟ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ବିଜେପି ଓ କଂଗ୍ରେସ ସଦସ୍ୟ ଉଭୟ ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ ଓ ନାରାବାଜି କରିବାରୁ ବାଚସ୍ପତି ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
ଜାଲ ସାର୍ଟିଫିକେଟ ଓ କୋଟିଆ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କ ପୋଡ଼ିୟମ ତଳକୁ ଆସି ନାରାବାଜି କରରିଥିଲେ । ଏହି ସମୟରେ କଂଗ୍ରେସ ବିଧାୟକ ତାରାବାହିନି ପତି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢିବାକୁ ଚେଷ୍ଟା କରିଥିଲେ । ହଟ୍ଟଗୋଳ ପାଇଁ ବାଚସ୍ପତି ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।