ଝାରସୁଗୁଡ଼ା-ରାଉଣ୍ଡ ୪: ବିଜେଡି-୨୩୬୧୫, ବିଜେପି-୧୩୪୩୭, କଂଗ୍ରେସ ୮୨୧
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଜାରି ରହିଛି । ତେବେ ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡିକୁ ୨୩୬୧୫ଟି ଭୋଟ ମିଳିଥିବାବେଳେ ବିଜେପିକୁ ୧୩୪୩୭ ଓ କଂଗ୍ରେସକୁ ମାତ୍ର ୮୨୧ଟି ଭୋଟ ମିଳିଛି ।
ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ ତାରିଖରେ ଭୋଟ୍ ଗ୍ରହଣ କରାଯାଇଥିବା ବେଳେ ଆଜି ଚାଲିଛି ଗଣତି। ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଛି। ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ଅଛନ୍ତି। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ଜଣେ ମାଇକ୍ରୋ ଅବଜରଭର ଅଛନ୍ତି। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ଅଛନ୍ତି। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହୋଇଛନ୍ତି। ସୂଚନାଯୋଗ୍ୟ, ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେଣୁ ଗତ ୧୦ ତାରିଖରେ ହୋଇଥିଲା ଝାରସୁଗୁଡ଼ା ଉପନିର୍ବାଚନ।




admin 