ବଡ଼ ଖବର: ଯମୁନା ନାୟକ ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ୱର: ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ପ୍ରଧାନ ଗୋଷ୍ଠୀର ଜବରଦସ୍ତ ବିଜୟ ହୋଇଛି । ବିପିନ ପ୍ରଧାନ ଗୋଷ୍ଠୀର ଯମୁନା ନାୟକ ନିନ୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ନିର୍ଦ୍ଧାରିତ ସମୟ ମଧ୍ୟରେ ଆଉ କେହି ନାମାଙ୍କନ ନଭରିବାରୁ ଯମୁନା ନାୟକ ନିନ୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।
ଗତ ଅଗଷ୍ଟ ୩୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ୧୦ ଜଣ ସମିତି ସଭ୍ୟ ଗାୟବ ହୋଇଥିବା ଯୋଗୁଁ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ପୂର୍ବତନ ବ୍ଲକ ଅଧ୍ୟକ୍ଷା ସୁନୀତା ସେଠୀଙ୍କ ମୃତ୍ୟୁ ପରେ ଏହି ଉପ ନିର୍ବାଚନ ହେଉଛି ।




admin 