କୋଭିଡ୍-୧୯ :ଦେଶରେ ୧୬୯ ନୂତନ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୭୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨,୬୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୨,୪୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ରିପୋର୍ଟ କରାଯାଇ ଥିବା ୨ଟି ମୃତ୍ୟୁକୁ ମିଶାଇ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୮୮ରେ ପହଞ୍ଚିଛି।ଦ୍ଭଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୮,୦୧୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୫୫କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।




admin 