ଭୁବନେଶ୍ୱରରେ ଜି -୨୦ : ଉଦଘାଟନ କରିବେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଭୁବନେଶ୍ୱରରେ ଜି -୨୦ ‘ଭବିଷ୍ୟତର କାର୍ୟ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ’ର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ‘ଶିକ୍ଷା ଓ୍ୱାର୍କିଂ ଗ୍ରୁପ’ର ତୃତୀୟ ବୈଠକର ଅବ୍ୟବହିତ ପୂର୍ବରୁ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଏମଏମଟି ପରିସର ଠାରେ ଆୟୋଜିତ ଜି-୨୦ ଭାରତ ‘ଭବିଷ୍ୟତର କାର୍ୟ୍ୟଶୈଳୀ ଓ ଦକ୍ଷତା’ ପ୍ରଦର୍ଶନୀର ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ଏହି ପ୍ରଦର୍ଶନୀକୁ ଲୋକାର୍ପଣ ସହ ପରିଦର୍ଶନ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ‘ଭବିଷ୍ୟତର କାର୍ୟ୍ୟଶୈଳୀ’ ପାଇଁ ଅନୁଷ୍ଠିତ ଏକ ସମ୍ମିଳନୀରେ ଯୋଗଦେବେ। ସମ୍ମିଳନୀର କଥାବସ୍ତୁ ରହିଛି “ଭବିଷ୍ୟତ କାର୍ୟ୍ୟଶୈଳୀରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ”।
ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ମେଟା ଭର୍ସ, ଅଟୋମେସନ, ମେସିନ ଲର୍ଣ୍ଣି ଇତ୍ୟାଦି ଉପରେ ମଧ୍ୟ ଆଲୋଚନା ହେବାର କାର୍ୟ୍ୟକ୍ରମ ରହିଛି। ଭାରତର ଅନ୍ତରାଷ୍ଟ୍ରୀୟ ସହଭାଗିତାକୁ ସୁଦୃଢ଼ କରିବା ସହ ଭବିଷ୍ୟତର କାର୍ୟ୍ୟଶୈଳୀକୁ ନେଇ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ଏହି ବିଚାରବିମର୍ଷରେ ଅଧିକ ଗୁରୁତ୍ୱ ଦିଆଯିବ ।




admin 